|
![]() |
|||
|
||||
Overviewବୀଣାପାଣି ମହାନ୍ତିଙ୍କ ମତରେ ସାହିତ୍ୟ ଅନ୍ତଃକରଣରୁ ସୃଷ୍ଟି । ୧୯୫୫ ମସିହାରେ 'ତନ୍ଦ୍ରାହତ' କବିତାରୁ ତାଙ୍କ ସାହିତ୍ୟଯାତ୍ରାର ଆରମ୍ଭ । ଅର୍ଦ୍ଧଶତାବ୍ଦୀରୁ ଊର୍ଦ୍ଧ୍ୱ ତାଙ୍କ ସାରସ୍ୱତ ଜୀବନ ଭାରତୀୟ ପାଠକ ତଥା ଅସଂଖ୍ୟ ନାରୀମାନଙ୍କପାଇଁ ଅଦମ୍ୟ ପ୍ରେରଣାର ଉତ୍ସ ପାଲଟିଛି । ଓଡ଼ିଶାରେ ଓଡ଼ିଆ ଲେଖିକା ସୃଷ୍ଟି କରିବା କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ରହିଛି । ଷାଠିଏ ଦଶକରୁ ଊର୍ଦ୍ଧ୍ୱ ତାଙ୍କ ସାହିତ୍ୟିକ ଯାତ୍ରା ଏତେ ସହଜ ନ ଥିଲା । ରକ୍ଷଣଶୀଳ ସମାଜର ରୁଢ଼ିବାଦୀ - ତିର୍ଯ୍ୟକ୍ ଦୃଷ୍ଟିପ୍ରତି ଭୟଭୀତ ନ ହୋଇ ସେ ସ୍ୱଚ୍ଛନ୍ଦ ଭାବରେ ସମାଜର ଅନ୍ତର୍ନିହିତ ବିକୃତି, ଅସଂଗତି ତଥା ବାସ୍ତବତାକୁ ନିଜ ଗଳ୍ପସାହିତ୍ୟରେ ଚିତ୍ରିତ କରିଛନ୍ତି । ନିଜର ଶକ୍ତିଶାଳୀ ଲେଖନୀ ଚାଳନାଦ୍ୱାରା ତାଙ୍କର ମୌନ ବିଦ୍ରୋହ ରକ୍ଷଣଶୀଳ ସମାଜ ପାଇଁ ଥିଲା ନମ୍ର ସାରସ୍ୱତ ପ୍ରତିବାଦ । ବିଶିଷ୍ଟ ସାହିତ୍ୟିକ ଅନନ୍ତ ପଟ୍ଟନାୟକ, ଗୌରଚନ୍ଦ୍ର ପଟ୍ଟନାୟକ, ବ୍ରହ୍ମୋତ୍ରୀ ମହାନ୍ତିଙ୍କ ପ୍ରଗତିବାଦୀ ଅନୁଚିନ୍ତା ତାଙ୍କ ସାହିତ୍ୟର ନାରୀବାଦୀ ବିଚାରକୁ ଶକ୍ତି ଯୋଗାଇଥିଲା । ନାରୀର ସମସ୍ୟା, ସଂଗ୍ରାମ, ଯନ୍ତ୍ରଣାର ସେ ପ୍ରତିନିଧିତ୍ୱ କରିଛନ୍ତି । ଜୀବନାନୁଭୂତି ସହିତ ବ୍ୟକ୍ତିକ ଅଭିଜ୍ଞତା ହିଁ ତାଙ୍କ ଲେଖନୀର ସାମର୍ଥ୍ୟ । ଓଡ଼ିଆ ଅସ୍ମିତାର ସେ ଥିଲେ ସଚେତନ ଧାତ୍ରୀ । ସେଥିପାଇଁ ସାମାଜିକ, ସାଂସ୍କୃତିକ ପରିବର୍ତ୍ତନର ସ୍ୱର ତାଙ୍କ ସୃଷ୍ଟି ମଧ୍ୟରେ ପର୍ଯ୍ୟାପ୍ତ ମାତ୍ରାରେ ପରିଲକ୍ଷିତ ହୁଏ । ଅଧ୍ୟାପିକା ରେବତୀ ମୁଦୁଲି ବୀଣାପାଣି ମହାନ୍ତିଙ୍କ ସାରସ୍ୱତ ସାଧନାର ବିବିଧ ବୈଚିତ୍ର]୍ୟବିମଣ୍ଡିତ ରୂପକୁ ଖୁବ୍ କଳାତ୍ମକ ଶୈଳୀରେ ମୂଲ୍ୟାୟନ କରିଛନ୍ତି । ବୀଣାପାଣି ମହାନ୍ତିଙ୍କ ସୃଷ୍ଟିସମଗ୍ରର ଆଲୋଚନା ମଧ୍ୟଦେଇ ତାଙ୍କ ବ୍ୟକ୍ତିତ୍ୱର ଅନେକ ମହନୀୟ ଦିଗକୁ ଆକଳନ କରିବାରେ ସେ ସଫଳ ହୋଇଛନ୍ତି । ଷାଠିଏତ୍ତୋର ଓଡ଼ିଆ ସାହିତ୍ୟର କଥାବସ୍ତୁ ଓ ଶୈଳୀଗତ ରୂପକୁ ସ୍ୱତନ୍ତ୍ର କରି ଗଢ଼ି ତୋଳିବାରେ ମହାନ୍ ଲେଖିକା ବୀଣାପାଣି ମହାନ୍ତିଙ୍କ ଅବଦାନ ସଂପର୍କରେ ଡକ୍ଟର ରେବତୀ ମୁଦୁଲିଙ୍କ ଅଧ୍ୟୟନ, ଅନୁଶୀଳନ ଓ ମୂଲ୍ୟାୟନ ବେଶ୍ ଅଭିନନ୍ଦନୀୟ । Full Product DetailsAuthor: Rebati MuduliPublisher: Black Eagle Books Imprint: Black Eagle Books Dimensions: Width: 14.00cm , Height: 1.50cm , Length: 21.60cm Weight: 0.340kg ISBN: 9781645605034ISBN 10: 1645605035 Pages: 266 Publication Date: 04 February 2024 Audience: General/trade , General Format: Paperback Publisher's Status: Active Availability: Available To Order ![]() We have confirmation that this item is in stock with the supplier. It will be ordered in for you and dispatched immediately. Table of ContentsReviewsAuthor Informationରେବତୀ ମୁଦୁଲି କଟକ ଜିଲ୍ଲାର ନିଆଳୀ ନିକଟବର୍ତ୍ତୀ କଣ୍ଟାପଡା ଗ୍ରାମରେ ୧୯୮୦ ମସିହା ଫେବୃଆରୀ ୨ ତାରିଖ ଦିନ ପିତା ଧଡ଼େଶ୍ୱର ମୁଦୁଲି ଓ ମାତା କନକଲତା ମୁଦୁଲିଙ୍କ କୋଳମଣ୍ଡନ କରିଥିଲେ । ଅଡଶପୁରର ଉଦୟନାଥ ସ୍ୱୟଂଶାସିତ ବିଜ୍ଞାନ ଓ ବୈଷୟିକ ମହାବିଦ୍ୟାଳୟରୁ ସ୍ନାତକ, ଉତ୍କଳ ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର ଓ କଳାବିଭୂଷଣ (ପିଏଚ୍].ଡି) ଉପାଧି ଲାଭ କରିଛନ୍ତି । ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁ.ଜି.ସି.) ଦ୍ୱାରା ପରିଚାଳିତ ଜାତୀୟ ଦକ୍ଷତାମୂଳକ ପରୀକ୍ଷା (ନେଟ୍])ରେ କୃତକାର୍ଯ୍ୟ ହୋଇଛନ୍ତି । ୨୦୧୬ ମସିହାରେ ରାଜ୍ୟ ପ୍ରବରଣ ମଣ୍ଡଳୀ (ଏସ୍].ଏସ୍].ବି.)ଦ୍ୱାରା ଅଧ୍ୟାପିକା ଭାବେ ନିଯୁକ୍ତି ପାଇ ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ଅଳକା ମହାବିଦ୍ୟାଳୟର ଓଡ଼ିଆ ଭାଷା-ସାହିତ୍ୟ ବିଭାଗରେ କାର୍ଯ୍ୟରତ ଅଛନ୍ତି । ଜଣେ ବିଶିଷ୍ଟ ଗବେଷିକା ଭାବରେ ତାଙ୍କର ଗବେଷଣାଧର୍ମୀ ପ୍ରବନ୍ଧଗୁଡ଼ିକ ଇସ୍ତାହାର, ସୃଜନସ୍ୱପ୍ନ, ନିର୍ବାଣ ପ୍ରଭୃତି ଓଡ଼ିଶାର ସୁପ୍ରତିଷ୍ଠିତ ପତ୍ରପତ୍ରିକାରେ ପ୍ରକାଶ ପାଇଛି । 'ବୀଣାପାଣି ମହାନ୍ତିଙ୍କ ସୃଷ୍ଟି ଓ ଦୃଷ୍ଟି\' ଏକ ପାଠୋପଯୋଗୀ ଗବେଷଣା ଗ୍ରନ୍ଥ । ଏହି ସୃଷ୍ଟିଟି ଛାତ୍ର-ଛାତ୍ରୀ, ଗବେଷକ-ଗବେଷିକା ଓ ବୀଣାପାଣିପ୍ରେମୀ ବିଦଗ୍ଧ ପାଠକ-ପାଠିକାମାନଙ୍କଦ୍ୱାରା ଆଦୃତ ହେବ ବୋଲି ଆମର ବିଶ୍ୱାସ । Tab Content 6Author Website:Countries AvailableAll regions |