London Chithi

Author:   Golok Bihari Dhal
Publisher:   Black Eagle Books
ISBN:  

9781645604945


Pages:   156
Publication Date:   21 December 2023
Format:   Paperback
Availability:   Available To Order   Availability explained
We have confirmation that this item is in stock with the supplier. It will be ordered in for you and dispatched immediately.

Our Price $39.60 Quantity:  
Add to Cart

Share |

London Chithi


Add your own review!

Overview

"ଲଣ୍ଡନରେ ଥିବାବେଳେ ଛାତ୍ର, ଶିକ୍ଷକ, ସାଥୀ, ଶୁଭେଚ୍ଛୁ ଅନେକଙ୍କଠାରୁ ଚିଠି ପାଉଥିଲି, ""ଆପଣ ଆଉ ଲେଖନ୍ତୁ, ବିଲାତ କଥା ବେଶୀ କରି ଜଣାନ୍ତୁ""; ସୁଖୀ ହୁଏ । କାମ କରି କରି ଚିଟା ଲାଗିଲେ ଏଠି ସେଠି ବସି ଯା' ଆଖିକୁ ଦିଶେ, ଯା' ଅନୁଭୂତିରେ ଆସେ ଲେଖି ଦେଉଥିଲି । କେତେବେଳେ ଗଛ ମୂଳରେ କେତେବେଳେ ପାର୍କ ପଡ଼ିଆରେ, କେବେ ଲାବୋରେଟୋରୀରେ; କେବେ ଅବା ଶନିବାରର ସନ୍ଧ୍ୟା ବିଛଣା ପରେ । ତହିଁରେ ମନ ମେଣ୍ଟିବା ସଙ୍ଗେ ଅବସାଦ ବି ମେଣ୍ଟି ଯାଉଥିଲା । ଯା' ଅଙ୍ଗେ ଲିଭାଇଛି, ଲେଖିଛି । ଅନୁଭୂତି ସଂପୂର୍ଣ୍ଣ ବ୍ୟକ୍ତିଗତ, ନିଜର । ଏହା ବିଲାତ ଜୀବନର 'ବେଦଗାର' ନୁହେଁ, ଜଣକର ଅନୁଭୂତି ମାତ୍ର । ବିଲାତ ଛଡ଼ା ଫ୍ରାନ୍]ସ ବିଷୟରେ ଏଥିରେ ଦୁଇଚାରି କଥା ମଧ୍ୟ ଅଛି । ଘରକୁ ଫେରି ଅନେକଙ୍କଠୁ ଶୁଣିଲି, ""ଏକାଠି କରି ଦିଅନ୍ତୁ, ପ୍ରଜାତନ୍ତ୍ରରୁ ଆପଣଙ୍କ ଲେଖା ଆମେ ଅନେକଟା ପଢ଼ିଛୁ ।"" ଯେତେ ଯିଏ ପ୍ରେରଣା ଦେଇଛନ୍ତି, ସମସ୍ତଙ୍କ ନିକଟରେ ମୁଁ କୃତଜ୍ଞ; ଓଡ଼ିଶାର ସୁପରିଚିତ ଲେଖକ ଶ୍ରୀ ଅନନ୍ତପ୍ରସାଦ ପଣ୍ଡାଙ୍କ ନିକଟରେ ବେଶୀ । ବାରମ୍ବାର ଲେଖିବା ପାଇଁ ସେ ବରାବର ମୋତେ ସସ୍ନେହ ପ୍ରେରଣା ଦେଇଛନ୍ତି । ପ୍ରକାଶ ଓ ପ୍ରଚାର ପାଇଁ 'ପ୍ରଜାତନ୍ତ୍ର'ଙ୍କୁ ଧନ୍ୟବାଦ । ଘରେ ଲେଖାର କପି ନପାଇ ହତାଶ ହେଲି । ମାତ୍ର ଦୁନିଆରେ ସହାୟତାର ଅଭାବ ନାହିଁ ବୋଧହୁଏ । ବିଲାତ ଫେରନ୍ତା ପ୍ରାଣୀତତ୍ତ୍ୱବିତ୍ ଅଧ୍ୟାପକ ବନ୍ଧୁ ଡାକ୍ତର ବସନ୍ତକୁମାର ବେହୁରା ଓ ରେଭେନ୍]ସା କଲେଜ ଛାତ୍ର ଶ୍ରୀ ପ୍ରଫୁଲ୍ଲକୁମାର ବେହୁରା ଅଧିକାଂଶ କପି ଯୋଗାଇ ଦେଇ ପାରିଥିଲେ । ତା ଛଡ଼ା ସମସ୍ତ ଲେଖାର ପାଣ୍ଡୁଲିପି କରି ଦେବାରେ ଗଙ୍ଗାଧର ମେହେର କଲେଜର ପ୍ରଥମ ବାର୍ଷିକ କଳା ଛାତ୍ର ଶ୍ରୀ ରମେଶଚନ୍ଦ୍ର ଧଳ ବଡ଼ ସହାୟତା କରିଥିବାରୁ ତାଙ୍କୁ ମୁଁ ଆନ୍ତରିକ ଶୁଭେଚ୍ଛା ଜଣାଉଛି । ଯେଉଁ କେତେକ ଲେଖା ମିଳିବ ନାହିଁ ବୋଲି ମୁଁ ଏକାନ୍ତ ହତାଶ ହୋଇ ପଡ଼ିଥିଲି ତାହା ମୋର ଜଣେ ପୁରାତନ ସମ୍ବଲପୁରୀ ଛାତ୍ର ଶ୍ରୀ ସୀତାରାମ ଦାଶ ଓ ଲଇତା ନିବାସୀ ଅନ୍ୟତମ ବନ୍ଧୁ ଶ୍ରୀ ନନ୍ଦକିଶୋର ପଟେଲ ଯୋଗାଇ ଦେଇଥିବାରୁ ଏ ବହି ଲେଖା ସଂପୂର୍ଣ୍ଣ ହୋଇ ପାରିଛି । ମୁଁ ସେମାନଙ୍କ ନିକଟରେ ଚିରଋଣୀ । -ଲେଖକ"

Full Product Details

Author:   Golok Bihari Dhal
Publisher:   Black Eagle Books
Imprint:   Black Eagle Books
Dimensions:   Width: 14.00cm , Height: 0.90cm , Length: 21.60cm
Weight:   0.204kg
ISBN:  

9781645604945


ISBN 10:   1645604942
Pages:   156
Publication Date:   21 December 2023
Audience:   General/trade ,  General
Format:   Paperback
Publisher's Status:   Active
Availability:   Available To Order   Availability explained
We have confirmation that this item is in stock with the supplier. It will be ordered in for you and dispatched immediately.

Table of Contents

Reviews

Author Information

ଗୋଲୋକବିହାରୀ ଧଳ (ଡିସେମ୍ବର ୧୫, ୧୯୨୧-ଜୁନ୍ ୨୪,୧୯୭୪) ଥିଲେ ଜଣେ ଉଚ୍ଚକୋଟୀର ପ୍ରାବନ୍ଧିକ, ଅନୁବାଦକ, ଭାଷାତତ୍ତ୍ୱବିତ୍], ଧ୍ୱନିତତ୍ତ୍ୱବିତ୍ ଏବଂ ଭ୍ରମଣବୃତ୍ତାନ୍ତ ଲେଖକ । ଢେଙ୍କାନାଳ ଜିଲ୍ଲାର ଗଞ୍ଜେଇଡିହ ଗ୍ରାମରେ ପିତା ଭୋଳେଶ୍ୱର ଧଳ ଓ ମାତା ଜାହ୍ନବୀ ଦେବୀଙ୍କ ଔରସରୁ ଜନ୍ମଲାଭ କରି ଢେଙ୍କାନାଳର ବ୍ରଜନାଥ ବଡ଼ଜେନା ହାଇସ୍କୁଲରୁ ସ୍କୁଲ ଶିକ୍ଷା, ରେଭେନ୍ସା ମହାବିଦ୍ୟାଳୟରୁ ସଂସ୍କୃତ ଭାଷାରେ ସ୍ନାତକ (୧୯୪୩), ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତ୍ତକୋତ୍ତର (୧୯୪୫) ଶିକ୍ଷା ସମାପ୍ତ କରି ପ୍ରଥମେ ପୁରୀ କଲେଜରେ ଓ ପରେ ସମ୍ବଲପୁର ଗଙ୍ଗାଧର ମେହେର କଲେଜରେ ଅଧ୍ୟାପକ ଭାବରେ ଯୋଗ ଦେଇଥିଲେ । ୧୯୪୯ରେ ସେ ଲଣ୍ଡନ ବିଶ୍ୱବିଦ୍ୟାଳୟରେ ଭାଷା ବିଜ୍ଞାନରେ ଉଚ୍ଚତର ଶିକ୍ଷାପ୍ରାପ୍ତି କରି ଆମେରିକା ଓ ଫ୍ରାନ୍ସ ପ୍ରଭୃତି ଦେଶ ଗସ୍ତ କରିଥିଲେ । ୧୯୫୫ରେ ସେ ଆଗ୍ରା ବିଶ୍ୱବିଦ୍ୟାଳୟରେ ଭାଷା ବିଜ୍ଞାନରେ ଶିକ୍ଷାଦାନ କଲେ ଓ ୧୯୭୨ରେ ରେଭେନ୍ସା ମହାବିଦ୍ୟାଳୟରେ ଓଡ଼ିଆ ବିଭାଗରେ ପ୍ରଫେସର ଭାବରେ ଯୋଗଦେଲେ । ତାଙ୍କ ପ୍ରକାଶିତ ପୁସ୍ତକ ମଧ୍ୟରେ ଆମେରିକା ଅନୁଭୂତି (୧୯୫୨), ଲଣ୍ଡନ ଚିଠି (୧୯୫୩), ମଣିଷର ଭାଷା (୧୯୫୩), ଧ୍ୱନି ବିଜ୍ଞାନ (୧୯୫୮), ଓଡ଼ିଆ କେବେ (୧୯୬୩), ଇଂରାଜୀ ଉଚ୍ଚାରଣ ଶିକ୍ଷା (୧୯୬୩), ବିଚାର ଆଲୋଚନା ଇତ୍ୟାଦି ଉଲ୍ଲେଖଯୋଗ୍ୟ । ଅନୁବାଦ ପୁସ୍ତକ 'ଗୋଦାନ' ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ(୧୯୫୮) ।

Tab Content 6

Author Website:  

Customer Reviews

Recent Reviews

No review item found!

Add your own review!

Countries Available

All regions
Latest Reading Guide

MRG2025CC

 

Shopping Cart
Your cart is empty
Shopping cart
Mailing List